ଭୁବନେଶ୍ୱର, ୩୦/୦୫/୨୦୨୫ (ଓଡ଼ିଶା ସମାଚାର)- କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ‘ଏକ୍ସ’ରେ ନିଜ ଶୋକ ବାର୍ତ୍ତାରେ ସେ ଲେଖିଛନ୍ତି, ‘‘ଓଡ଼ିଶା ରାଜନୀତିର ଜଣେ
କର୍ମଯୋଗୀ ନେତା ଏବଂ ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ଶ୍ରୀ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ମୁଁ ଗଭୀର ଭାବେ ଦୁଃଖିତ ଓ ମର୍ମାହତ। ଶିକ୍ଷା, ସାମାଜିକ ସେବା ଏବଂ ରାଜନୈତିକ କ୍ଷେତ୍ରରେ ତାଙ୍କର ଅବଦାନ ଏବଂ ଆମ ଦଳର ସଂଗଠନକୁ ଦୃଢ଼ କରିବାରେ ତାଙ୍କର ଅସାମାନ୍ୟ ଯୋଗଦାନ ସର୍ବଦା ସ୍ମରଣୀୟ ହୋଇରହିବ। ତାଙ୍କ ବିୟୋଗ ରାଜ୍ୟ ପାଇଁ ଏକ ଅପୂରଣୀୟ କ୍ଷତି। ଦିବଙ୍ଗତ ଆତ୍ମାଙ୍କ ପ୍ରତି ମୋର ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି। ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ଏବଂ ତାଙ୍କ ପରିବାରବର୍ଗଙ୍କୁ ଏହି କଠିନ ସମୟରେ ଧୈର୍ଯ୍ୟ ପ୍ରଦାନ କରନ୍ତୁ।’’
