ଭୁବନ,୦୧/୦୬/୨୦୨୫ (ଓଡ଼ିଶା ସମାଚାର)- ଭୁବନ ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ବାଲିଝାଟି ଛକ ଠାରେ ଓମ୍ ଗଣେଶ ଫୁଏଲ୍ସ ( ଇଣ୍ଡିଆନ ଅଏଲ) ପେଟ୍ରୋଲ ପମ୍ପ ଲୋକାର୍ପିତ ହୋଇଯାଇଛି ।
କାମାକ୍ଷା ନଗର ବିଧାୟକ ଶ୍ରୀଯୁକ୍ତ ଶତ୍ରୁଘ୍ନ ଜେନା ସତ୍ଵାଧିକାରୀ ଥିବା ବେଳେ ଏହି ଲୋକାର୍ପଣ ଉତ୍ସବରେ ସମବାୟ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଫିତା କାଟି ଉଦଘାଟନ କରିଥିଲେ।
ସମ୍ମାନିତ ଅତିଥି ଭାବେ ପରଜଙ୍ଗ ବିଧାୟକ ଶ୍ରୀଯୁକ୍ତ ବିଭୂତି ଭୂଷଣ ପ୍ରଧାନ,ଛେଣ୍ଡିପଦା ବିଧାୟକ ଶ୍ରୀଯୁକ୍ତ ଅଗସ୍ତି ବେହେରା,କାମାକ୍ଷା ନଗର ଉପ ଜିଲ୍ଲାପାଳ ଦିନମଣି ନାୟକ,ତହସିଲଦାର ଶୁଭଙ୍କର ମହାନ୍ତି,ଭୁବନ ତହସିଲଦାର ସୂର୍ଯ୍ୟ ଶଙ୍କର ଦାଶ ଓ ବରିଷ୍ଠ ବିଜେପି ନେତା ପ୍ରେମାନନ୍ଦ ଜେନା ପ୍ରମୁଖ ଯୋଗଦେଇଥିଲେ ।