୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଙ୍କ ଖୋର୍ଦ୍ଧା ଜିଲ୍ଲା ଗସ୍ତ : ବ୍ୟବସ୍ଥାର ତଦାରଖ କଲେ ଖୋର୍ଦ୍ଧା ଜିଲ୍ଲାପାଳ

ବାଣପୁର, ୦୫/୦୧/୨୦୨ ୪ (ଓଡ଼ିଶା ସମାଚାର)- ଆସନ୍ତା ୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆସିବେ। ସେ ଖୋର୍ଦ୍ଧାର ହାବେଳୀ ପଡିଆ ଏବଂ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେଇ ସାଧାରଣ ଜନତାଙ୍କୁ ସମ୍ବୋଧନ କରିବାର ର କାର୍ୟ୍ୟକ୍ରମ ହେଵାକୁଅଛି। ଯାହା ଜଣାଯାଉଛି ଭି କେ ପାଣ୍ଡିଆନ ମା ଭଗବତୀଙ୍କ ହେବାକୁ ଥିବା ସୌନ୍ଦର୍ଜିକରଣ ଓ ଅନ୍ୟାନ ବିକାଶ ମୁଳକ କାର୍ୟ୍ୟର ତଦାରଖ କରିବେ । ଆଜି ଦିବା ୧ ଘାଣ୍ଟିକା ସମୟରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଏସପି ସିଦ୍ଧାର୍ଥ କଟାରିଆ, ଅତିରିକ୍ତ ଏସପି କିଶୋର ଚନ୍ଦ୍ର ମୁଣ୍ଡ, ବାଣପୁର ବିଜ୍ଞାପିତ ପରିଷଦ ର ଅଧ୍ୟକ୍ଷ ମିଟୁ ନାୟକ, ଖୋର୍ଦ୍ଧା ଜିଲ୍ଲାପରିଷଦ ର ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଲୁଗାଁ ଏସଡ଼ିପିଓ ଶୁଭ୍ରାଂଶୁ ଶେଖର ମିଶ୍ର, ବାଣପୁର ଆଇଆଇସି ରମେଶ ଚନ୍ଦ୍ର ଦେବତା, ବାଲୁଗାଁ ଆଇଆଇସି ଜୟ ପ୍ରକାଶ ପରିଡ଼ା ଆଦି ବାଣପୁର ପଲଟନ ପଡିଆ ଗସ୍ତ କରି ସଭାସ୍ଥଳ, ବ୍ୟାରିକେଡ଼, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ସ୍ଥାନୀୟ ପ୍ରଶାସନ ଏବଂ ଜନ ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ ।

Leave a Reply

Your email address will not be published. Required fields are marked *