୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା
ଭୁବନେଶ୍ୱର,୦୩ /୦୬/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ ଏକ ଘରୋଇ ପାଇଖାନା ଟାଙ୍କିରେ କାମ କରୁଥିବାବେଳେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକ ମୃତ୍ୟୁ ବରଣ କରିବା ମାମଲାରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ଏମ୍. ସନ୍ତୁ , ଅମିର ଖରା, ଲାଲୁ ରଣା ଓ ତ୍ରିଲୋଚନ ଭତ୍ରାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରିଛନ୍ତି । ଏହା ସହିତ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।
