ଯାଜପୁର,୦୪ /୦୬/୨୦୨୫ (ଓଡ଼ିଶା ସମାଚାର)- ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଆମ ସଂକଳ୍ପ ସଚେତନତା ରଥକୁ ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ୱେଷା ରେଡ୍ଡୀ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ରଥ ଯାଜପୁର ଜିଲ୍ଲାର ପ୍ରତ୍ୟେକ ବ୍ଲକ୍ ଏବଂ ପୌରାଞ୍ଚଳ ବୁଲି ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ମାଦକ ଦ୍ରବ୍ୟ ବ୍ୟବହାର ବିରୋଧରେ ଲୋକଙ୍କୁ ସଚେତନ କରାଇବ । ଏହା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ବୁଲିବ ।
ଏହି କାର୍ଯ୍ୟକ୍ରମରେ ଯାଜପୁର ଅବକାରୀ ଅଧିକ୍ଷକ ଶ୍ରୀ ଟି.କେ. ଟାଣ୍ଡେଲ୍, ଡେପୁଟି ଅବକାରୀ ଅଧିକ୍ଷୀକା ଅନିତା ଓଝା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ ଙ୍କ ସମେତ ସମସ୍ତ ଅବକାରୀ ବିଭାଗ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାରେ ଚାଲିଥିବା ବେଆଇନ ମାଦକ ଦ୍ରବ୍ୟ କାରବାର ଉପରେ ଲାଗିବ ଲଗାମ । ଏହି କାରବାରକୁ ସମ୍ପୂର୍ଣ୍ଣ ରୋକିବା ପାଇଁ ଅବକାରୀ ବିଭାଗ ସଂକଳ୍ପବଦ୍ଧ ବୋଲି କୁହାଯାଇଛି।
