ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌ ଙ୍କ ଦେହାନ୍ତ

ବରଗଡ଼,୦୬/୦୬/୨୦୨୫ (ଓଡ଼ିଶା ସମାଚାର)- ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକ୍‌ ଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି।

ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗ ପାଇଁ ବରଗଡ଼ର ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ଆଜି ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

୨୦୦୪ ରୁ ୨୦୦୯ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ। ଏହା ସହିତ ସେ ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଭାବେ ମଧ୍ୟ ଥିଲେ। ସ୍ବର୍ଗତଃ ରଫିକ୍‌ ଅବିବାହିତ ଥିଲେ। ନିଜର ଅମାୟିକ ବ୍ୟବହାର, ସରଳ ସ୍ବଭାବ ପାଇଁ ସାଧାରଣ ଲୋକଙ୍କ ମଧ୍ୟରେ ଅତି ପ୍ରିୟ ଥିଲେ। ତାଙ୍କ ବିୟୋଗରେ ସୋହେଲା ଅଞ୍ଚଳରେ ଶୋକର ଛାୟା ଖେଲିଯାଇଛି।

Leave a Reply

Your email address will not be published. Required fields are marked *