୭ ଜଣ ଆକ୍ରାନ୍ତ ସୁସ୍ଥ ହେଲେଣି, ସ୍ଥିତି ନିୟନ୍ତ୍ରଣାଧୀନ ରହିଛି, ରାଜ୍ୟ ସରକାର ଖୁବଶୀଘ୍ର ମାର୍ଗଦର୍ଶିକା ଆଣିପାରନ୍ତି – ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୦୬/୦୬/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଆଜି ରାଜ୍ୟରେ ଆଉ ୭ଜଣ ନୂଆ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି ହୋଇଛି । ସେଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧୬ଜଣ, କଟକରେ ୯ଜଣ, ପୁରୀ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ ଓ ବାଲେଶ୍ୱରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ତଥାପି ରାଜ୍ୟ ସରକାର ଖୁବଶୀଘ୍ର କରୋନା ମାର୍ଗଦର୍ଶିକା ଆଣିପାରନ୍ତି ବୋଲି ଆଜି (ଶୁକ୍ରବାର) ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି ।
ରାଜ୍ୟରେ ପ୍ରତିଦିନ କିଛି କିଛି କରୋନା ରୋଗୀ ଚିହ୍ନଟ ହେଉଥିବା ବେଳେ ଏହା ଚିନ୍ତାର କାରଣ ସାଜିଛି। ବର୍ତ୍ତମାନ ସୁଦ୍ଧା ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩ ରହିଛି। କରୋନାକୁ ନେଇ କୌଣସି ଭୟଭିତ ହେବାର ନାହିଁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ରାଜ୍ୟ ସରକାର ମଧ୍ୟ କରୋନା ମୁକାବିଲା ନେଇ ପ୍ରସ୍ତୁତ ରହିଛନ୍ତି । ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ରାଜ୍ୟରେ ଆଉ ୭ ଜଣ ନୂଆ କରୋନା ଆକ୍ରାନ୍ତ, ଆକ୍ରାନ୍ତଙ୍କ ସଂଖ୍ୟା ୩୦କୁ ବୃଦ୍ଧି
