ପ୍ରଧାନମନ୍ତ୍ରୀ ୨୦ ତାରିଖରେ ଓଡ଼ିଶା ଆସିବେ

ଭୁବନେଶ୍ୱର, ୦୭/୦୬/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଜୁନ୍‍ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବେ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାକୁ ଓଡ଼ିଶା ଆସିବେ। ପୂର୍ବରୁ ଜୁନ୍‍ ୧୨ତାରିଖରେ ହେବାକୁ ଥିବା କାର୍ଯ୍ୟକ୍ରମରେ ମୋଦୀ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଥିଲା । ହେଲେ ୧୨ ତାରିଖ କାର୍ଯ୍ୟକ୍ରମକୁ ୨୦ ତାରିଖକୁ ଘୁଞ୍ଚାଯାଇଛି । ସେଥିପାଇଁ ୨୦ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ବୋଲି ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *