ଭୁବନେଶ୍ୱର, ୦୮/୦୬/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ରବିବାର ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣ ଚିକିତ୍ସିତ ହେଉଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫, ୧୨ ଜଣ ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି ।ଆଉ ୩୩ ସକ୍ରିୟ କରୋନା ସଂକ୍ରମିତ ଚିକିତ୍ସିତ ହେଉଛନ୍ତି।
ଆଉ ୭ ନୂଆ କରୋନା ଆକ୍ରାନ୍ତ ଟିହ୍ନଟ , ଆକ୍ରାନ୍ତଙ୍କ ସଂଖ୍ୟା ୪୫ , ୧୨ ଜଣ ସୁସ୍ଥ ହୋଇଥିବାବେଳେ ୩୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି
