ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,୦୯/୦୬/୨୦୨୫(ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍  କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୫୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।

ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୯ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୧୦ ଟି, ଆବାସ ଯୋଜନା ସମ୍ପର୍କୀୟ ୩ ଟି ,ଜମିଜମା ସମସ୍ୟା ସମ୍ପର୍କୀୟ ୧୦ ଟି, ପେନସନ ପାଇବା ପାଇଁ ୮ ଟି ଏବଂ ଅନ୍ୟାନ୍ୟ ୪  ଟି ଅଭିଯୋଗର ଶୁଣାଣି କରାଯାଇଥିଲା।

୪ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ରଘୁନାଥପୁର, ଶ୍ରୀ ବିରଞ୍ଚି ନାରାୟଣ ବେହେରା,ତହସିଲଦାର,ରଘୁନାଥପୁର, ଶ୍ରୀ ସଞ୍ଜୟ କୁମାର ବେହେରା,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *