ବଡ଼ଚଣା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର, ୧୦/୦୬/୨୦୨୫ (ଓଡ଼ିଶା ସମାଚାର)-  ସୋମବାର ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବଡ଼ଚଣା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି   ଜିଲ୍ଲାପାଳ ଶ୍ରୀମତୀ ପି. ଅନ୍ୱେଷା ରେଡ୍ଡୀ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ  ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି  ଜିଲ୍ଲାପାଳ ପ୍ରକାଶ କରିଥିଲେ। ମୋଟ ୮୧ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୬ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ  ୦୪  ଗୋଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ସହାୟତା ନିମନ୍ତେ ୬୧ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬୨ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ  ଆରକ୍ଷୀ ଅଧିକ୍ଷକ  ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶ୍ରୀ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା  ନିର୍ବାହୀ ଅଧିକାରୀ ଶ୍ରୀ ଅଶୋକ କୁମାର ବେହୁରିଆ, ଗୋଷ୍ଠୀ ଉନ୍ନୟନ ଅଧିକାରୀ , ବଡ଼ଚଣା, ଶ୍ରୀ ରବୀନ୍ଦ୍ର କୁମାର ପ୍ରଧାନ,  ତହସିଲଦାର, ଦର୍ପଣ ଶ୍ରୀ ମାନସ କୁମାର ତ୍ରିପାଠୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।

Leave a Reply

Your email address will not be published. Required fields are marked *