ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ଘଟଣାରେ  ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା – –  ପରିବାରର ଜଣକୁ ନିଯୁକ୍ତି ଦିଆଯିବ

ଏ ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ୱର,୧୧/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଗତ କିଛି ଦିନ ତଳେ ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସଂପ୍ରଦାୟଙ୍କ ଭିତରେ କିଛି କାରଣରୁ ଗଣ୍ଡଗୋଳ ଘଟିଥିଲା ଏବଂ ସେଥିରେ ଗୁରୁତର ଆହତ ହୋଇଥିବା ଜଣେ ଯୁବକ ସନ୍ତୋଷ ପରିଡାଙ୍କର ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏ ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାରକୁ ନ୍ୟାୟ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାସହିତ ସଂପୃକ୍ତ ଯୁବକଙ୍କ  ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *