ଭଦ୍ରକ ଜିଲାର ୫ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ

ଭୁବନେଶ୍ୱର,୧୨/୦୬/୨୦୨୫ (ଓଡ଼ିଶା ସମାଚାର)- ଆଇନ ଶୃଙ୍ଖଳା ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଭଦ୍ରକ ଜିଲାରେ ୫ଟି ସ୍ଥାନରେ ଇଣ୍ଟରନେଟ୍ ସେବା ବନ୍ଦ କରାଯାଇଛି । ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ୟ୍ୟନ୍ତ ଇଣ୍ଟରନେଟ ବନ୍ଦ ରହିବ । ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି ।

ଗତ କିଛି ଦିନ ତଳେ ଗୋଷ୍ଠୀ ସଂଘର୍ଷରୁ ସନ୍ତୋଷ ପରିଡା ନାମକ ଜଣେ ଯୁବକ ଆହତ ହୋଇଥିଲେ । ଗତକାଲି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହେବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ଏଭଳି ପଦକ୍ଷେପ ନିଆଯାଇଛି । ଏହାସହିତ ପୁଲିସ ଫୋର୍ସ ମୃତୟନ ହୋଇଛନ୍ତି ।

ଗତକାଲି ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସଂପୃକ୍ତ ଯୁବକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *