ଅହମ୍ମଦାବାଦ ବିମାନ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର,୧୨/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଅହମ୍ମଦାବାଦ ବିମାନ ଦୁର୍ଘଟଣା ରେ ଦୁଃଖ ପ୍ରକାଶ କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏୟାର ଇଣ୍ଡିଆର ଅହମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣା ନେଇ ମୁଁ ଗଭୀର ଦୁଃଖ ପ୍ରକାଶ କରୁଛି। ସମସ୍ତ ଯାତ୍ରୀ, କ୍ରୁ ସଦସ୍ୟ ଏବଂ ସେମାନଙ୍କର ପରିବାର ପାଇଁ ପ୍ରାର୍ଥନା କରୁଛି। ଭଗବାନ ଜଗନ୍ନାଥ ସମସ୍ତ ଆହତଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ। ଏଭଳି ଏକ ଖରାପ ସମୟରେ ଗୁଜରାଟର ଲୋକଙ୍କ ସହିତ ଓଡ଼ିଶା ଛିଡ଼ା ହୋଇଛି।

ସୂଚନାଯୋଗ୍ୟ, ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍‌ ୨୪୨ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍‌ କରାଯାଇଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିବା ସୂଚନା ମିଳିଛି।

 

https://x.com/MohanMOdisha/status/1933103332219924601?t=IUpKBnq3F0Aauoz6oBDqFA&s=08

I am deeply saddened by the tragic incident involving the Air India Ahmedabad–London flight. My thoughts and prayers are with all the passengers, crew members, and their families during this difficult time. I earnestly pray to Lord Shri Jagannath for the safety and swift recovery of everyone affected. Odisha stands united in solidarity with the people of Gujarat and all those impacted by this unfortunate event.

Leave a Reply

Your email address will not be published. Required fields are marked *