ତୃତୀୟ ସନ୍ଧ୍ୟାରେ “ଚିଲିକା ତୀରେ” ଚଳଚ୍ଚିତ୍ର ପ୍ରଦର୍ଶିତ

ଭୁବନେଶ୍ୱର,୧୫/୦୬/୨୦୨୫(ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଆୟୋଜିତ ହେଉଥିବା ଚଳଚ୍ଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମର ତୃତୀୟ ସନ୍ଧ୍ୟାରେ “ଚିଲିକା ତୀରେ” ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଛି। ବିଳ୍ପବ ରାୟ ଚୌଧୁରୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି କ୍ଲାସିକ ଓଡ଼ିଆ ସିନେମାକୁ ଦର୍ଶକମାନେ ବେଶ ଉପଭୋଗ କରିଥିଲେ।

ପ୍ରକାଶଯୋଗ୍ୟ ଯେ, ଜୁନ୍‌ ୧୨ ତାରିଖରୁ ଜୁନ୍‌ ୧୯ ତାରିଖ ପର୍ଯ୍ୟନ୍ତ ଜୟଦେବ ଭବନ ଠାରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

Leave a Reply

Your email address will not be published. Required fields are marked *