ଭୁବନେଶ୍ୱର,୧୫/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଆୟୋଜିତ ହେଉଥିବା ଚଳଚ୍ଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମରେ ଆଜି “ହାକିମ ବାବୁ” ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଛି। ଅମିୟ ପଟ୍ଟନାୟକଙ୍କ ପ୍ରଯୋଜନା, ପ୍ରଣବ ଦାସଙ୍କ ନିର୍ଦ୍ଦେଶନା, ବିଭୂତି ପଟ୍ଟନାୟକଙ୍କ କାହାଣୀରେ ନିର୍ମିତ ଏହି କ୍ଲାସିକ ଓଡ଼ିଆ ସିନେମାକୁ ଦର୍ଶକମାନେ ବେଶ୍ ଉପଭୋଗ କରିଥିଲେ।
ପ୍ରକାଶଯୋଗ୍ୟ ଯେ, ଆସନ୍ତା ଜୁନ୍ ୧୯ ତାରିଖ ପର୍ଯ୍ୟନ୍ତ ଜୟଦେବ ଭବନ ଠାରେ ଏହି ଓଡ଼ିଆ ଚଳଚ୍ଚିତ୍ର ପ୍ରଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।