ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *