ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବର ମହାନଗର ଅଞ୍ଚଳରେ ସମସ୍ତ ସ୍କୁଲ ବନ୍ଦ ରହିବ

ଭୁବନେଶ୍ୱର,୧୮/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ଥିବାବେଳେ ଟ୍ରାଫିକ୍‌ ସମସ୍ୟା ଉପୁଜିବାର ଆଶଙ୍କା କରାଯାଉଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଓ କଟକ ମହାନଗର ଅଞ୍ଚଳରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ୨୦ ଜୁନ ଦିନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ନିଷ୍ପତ୍ତି ସହରରେ ଯାତାୟାତ ବ୍ୟବସ୍ଥାକୁ ସୁଗମ ରଖିବା ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ଉଦ୍ଦେଶ୍ୟରେ ନିଆଯାଇଛି।

Leave a Reply

Your email address will not be published. Required fields are marked *