ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର, ୧୮/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ , ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବେ। ଆସନ୍ତା ୨୨ ଜୁନରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଇବେ। ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଛନ୍ତି।
ନବୀନ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା ଓ ଆଶୀର୍ବାଦ କାମନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେବା ସହିତ ତାଙ୍କର ଚିକିତ୍ସା ପ୍ରକ୍ରିୟା ସଫଳ ହେବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଶୀଘ୍ର ସୁସ୍ଥ କରନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ।

https://x.com/MohanMOdisha/status/1935378547801211123?t=QT0biEw29HWoWH2Flbe3Yw&s=19

 

Leave a Reply

Your email address will not be published. Required fields are marked *