ଜୁନାଗଡ଼ ଆତ୍ମା ଅଧ୍ୟକ୍ଷଙ୍କ ଅକାଳ ବିୟୋଗ ।

ଜୁନାଗଡ, ୨୨/୦୬/୨୦୨୫ (ଓଡ଼ିଶା ସମାଚାର /ରାକେଶ ବେମାଲ)- କଳାହାଣ୍ଡି ଜିଲା ଜୁନାଗଡ଼ ଆତ୍ମାର ଅଧ୍ୟକ୍ଷ ଅଶୋକ ପଟ୍ଟନାୟକ (୫୫) ରବିବାର ଘରର ଛାତକୁ ଯାଇଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ପରଲୋକ ଖବର ଶୁଣି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଅଶୋକ ଆତ୍ମାର ଅଧ୍ୟକ୍ଷ ସହ ଗଛ ଲଗାଇ ପରିବେଶ ରକ୍ଷା କରୁଥିବାରୁ ତାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାରରେ ମଧ୍ୟ ସମ୍ମାନିତ କରାଯାଇଥିଲା। ସେ ଜଣେ ଆଇନଜୀବୀ ଓ ଅଧ୍ୟାପକ ଭାବେ ମଧ୍ୟ ବେଶ ପରିଚିତ ରହିଥିଲେ।

Leave a Reply

Your email address will not be published. Required fields are marked *