ବରୀ ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର,୨୩/୦୬/୨୦୨୫ (ଓଡ଼ିଶା ସମାଚାର)- ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନଅଭିଯୋଗ ଶୁଣାଣି ଶିବିର ବରୀ ବ୍ଳକ କାର୍ଯ୍ୟାଳୟ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀ  ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ମୋଟ ୧୦୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୩୧ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୦୬ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୬୬  ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୬୭ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ  ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲ୍ଲାପାଳ ଯୁଧିଷ୍ଠିର ନାୟକ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ତଥା  ନିର୍ବାହୀ ଅଧିକାରୀ ଅଶୋକ କୁମାର ବେହୁରିଆ, ଉପ ଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀ, ମଣ୍ଡଳ ଉନ୍ନୟନ ଅଧିକାରୀ ଅସିତ କୁମାର ମହାନ୍ତି,  ତହସିଲଦାର ଦୀପ୍ତିମୟୀ ବେହେରା ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

ଜିଲ୍ଲାପାଳ ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଡାଇରିଆ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ। ଆଜିର ଅଭିଯୋଗ ଶୁଣାଣି ଶିବିରରେ ବରୀ ବ୍ଲକ, ବାଇଁସିରିଆ ଗ୍ରାମ ପଞ୍ଚାୟତର ସଂଯୁକ୍ତା ସାହୁ, ଏବଂ କିମ୍ଭିରିଆପାଳ ଗ୍ରାମ ପଞ୍ଚାୟତର ଦିନେଶ କୁମାର ସାହୁଙ୍କୁ ଟ୍ରାଇ ସାଇକଲ ବଣ୍ଟନ କରାଯାଇଥିଲା।

Leave a Reply

Your email address will not be published. Required fields are marked *