ପିପିଲିଠାରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୩ଜଣ ଯୁବତୀ ଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ  ଅନୁକମ୍ପାମୂଳକ ସହାୟତା ଘୋଷଣା 

ଭୁବନେଶ୍ୱର,୨୮/୦୬/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପିପିଲିଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ରିମିଝିମି ପ୍ରିୟଦର୍ଶିନୀ ସାହୁ, ଏଲିନା ଦାସ ଓ କାଜଲ ଦାସ ପ୍ରାଣ ହରାଇଥିବା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ପ୍ରତି ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ₹୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

https://x.com/CMO_Odisha/status/1938950444879052898?t=P3kTfcA9gDXjLNDXLLrzDA&s=08

Leave a Reply

Your email address will not be published. Required fields are marked *