ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ପ୍ରଦାନ କଲେ
ଭୁବନେଶ୍ୱର, ୦୧/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ରଥଯାତ୍ରା ସମୟରେ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଅଭାବନୀୟ ଘଟଣାରେ ବାଲିପାଟଣା ବ୍ଲକର ଅଠାନ୍ତର ଗ୍ରାମର ନିବାସୀ ପ୍ରଭାତୀ ଦାସଙ୍କର ପରଲୋକ ଘଟିଥିଲା। 

ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଅଠାନ୍ତରସ୍ଥିତ ତାଙ୍କ ବାସଭବନ ଯାଇ ତାଙ୍କ ପରିବାରର ଗୁରୁଜନଙ୍କ ସମେତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।
ତାଙ୍କ ଝିଅ ଶୀର୍ଷା ଦାସଙ୍କୁ ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ମଧ୍ୟ ପ୍ରଦାନ କରିଥିଲେ। ଏହି ଦୁଃଖଦ ସମୟରେ ମହାପ୍ରଭୁ ତାଙ୍କ ପରିବାରବର୍ଗଙ୍କୁ ଧୈର୍ୟ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ଏତିକି ପ୍ରାର୍ଥନା ବୋଲି ଶ୍ରୀମତୀ ପରିଡ଼ା କହିଛନ୍ତି ।
https://x.com/PravatiPOdisha/status/1940033673522553350?t=yP_7cEB8CmWikzEK8xLP-A&s=08

