ଗତ ଏକ ବର୍ଷ ମଧ୍ୟରେ ୧,୨୬,୧୩୭ ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ
ଆସନ୍ତା ୩ / ୪ ମାସ ମଧ୍ୟରେ ଆଉ ୫ ଲକ୍ଷ ଜମାକାରୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୦୨/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି।
ଏତଦ୍ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି। ଆସନ୍ତା ୩-୪ ମାସ ମଧ୍ୟରେ, ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।
ଏଠାରେ ସୂଚାଇ ଦିଆଯାଇ ପାରେ ଯେ, ୨୦୧୪ରୁ ୨୦୨୪ ମସିହା, ଦୀର୍ଘ ୧୦ ବର୍ଷ, ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା ଫେରସ୍ତ କରାଯାଇଥିଲା।
