ପୁଣି ରାଜ୍ୟ ବିଜେପି ସଭାପତି ହେବେ ମନମୋହନ ସାମଲ

ଭୁବନେଶ୍ୱର,୦୭/୦୭/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ୟ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ଏହି ପଦବି ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ। ଏହା ପରେ ବିଜେପି ସଭାପତି ଘୋଷଣା ହେବ। ମନମୋହନ ସାମଲ ଏକ ମାତ୍ର ନାମାଙ୍କନ ପତ୍ର ଦାଖଲ କରି ଥିବାରୁ ମନମୋହନ ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ଉଜ୍ଜ୍ବଳ ହୋଇଛି।

ସୂଚନାଯୋଗ୍ୟ, ବିଜେପି ରାଜ୍ୟ କାର୍ୟ୍ୟାଳୟରେ ସଭାପତି ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ ଏବଂ ଦଳର ରାଷ୍ଟ୍ରୀୟ ପର୍ୟ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ତତ୍ତ୍ଵାବଧାନରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆଜି ମଧ୍ୟାହ୍ନ ୧୨.୩୦ରୁ ଆରମ୍ଭ ହୋଇ ଅପରାହ୍ନ ୩.୩୦ ପର୍ୟ୍ୟନ୍ତ ଜାରି ଥିଲା।

Leave a Reply

Your email address will not be published. Required fields are marked *