ଭୁବନ,୦୯/୦୭/୨୦୨୫ (ଓଡ଼ିଶା ସମାଚାର)- ଭୁବନ ବ୍ଲକ ଭୂଷଳ ପଞ୍ଚାୟତ ଅନ୍ତର୍ଗତ କିର୍ତ୍ତନପୁର ଗ୍ରାମର ସବ୍ୟସାଚୀ ଦାଶ ଙ୍କ ପୁଅ ଆର୍ଯ୍ୟନ୍ ଦାଶ ରାଜ୍ୟ ସ୍ତରୀୟ କରାଟେ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି ।
କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ କରାଟେ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ସ୍ଵର୍ଣ୍ଣ ପଦକ ହାସଲ କରିଥିବାରୁ ଭୁବନ ଅଞ୍ଚଳରେ ଆନନ୍ଦ ପ୍ରକାଶ ପାଇଛି। ଉକ୍ତ ପ୍ରତିଯୋଗିତା ରେ ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ସ୍ୱର୍ଣ୍ଣ ପଦକ ବିଜେତା ଆର୍ଯ୍ୟନ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଙ୍କ ନାତି ବୋଲି ଜଣାପଡିଛି ।
