ଫେଲ୍ ହେଲେ ୨ ମାସରେ ପୁନଃ ପରୀକ୍ଷା ଦେବେ ପଂଚମ ଓ ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ୱର,୧୦/୦୭/୨୦୨୫ (ଓଡ଼ିଶା ସମାଚାର)- ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତନ କରାଯାଇଛି ।

ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ ପଂଚମ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶୃଙ୍ଖଳିତ ପରୀକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବ । ଏହି ପଦକ୍ଷେପ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସକ୍ଷମ କରିବାକୁ ଚେଷ୍ଟା କରାଯିବ ।

ପରବର୍ତୀ ଶ୍ରେଣୀକୁ ଯିବା ପୂର୍ବରୁ ଛାତ୍ରଟିଏ ଯେପରି ତାହାର ମୌଳିକ ଶିକ୍ଷାସ୍ତର ହାସିଲ୍ କରିପାରିବ ସେ ନେଇ ପ୍ରୟାସ କରାଯାଇଛି । ପଂଚମ ଏବଂ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀଙ୍କୁ ଏବେ ବାର୍ଷିକ ପରୀକ୍ଷା ଦେବାକୁ ପଡ଼ିବ । ଯଦି କୌଣସି ପିଲା ଏହି ପରୀକ୍ଷାରେ ବିଫଳ ହୁଏ, ତେବେ ଫଳାଫଳ ଘୋଷଣାର ଦୁଇ ମାସ ମଧ୍ୟରେ ପୁନଃପରୀକ୍ଷା ପାଇଁ ସୁଯୋଗ ପ୍ରଦାନ କରାଯିବ ।

Leave a Reply

Your email address will not be published. Required fields are marked *