ଜୁନାଗଡ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ   

ଜୁନାଗଡ଼,୧୪/୦୭/୨୦୨୫ (ଓଡ଼ିଶା ସମାଚାର /ରାକେଶ ବେମାଲ): କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଓ ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୪୩ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ।

ସେଥି ମଧ୍ୟରୁ ବ୍ୟକ୍ତିଗତ ୨୭ ଗୋଟି ଓ ସାମୂହିକ ୧୩ ଗୋଟି ରହିଥିବା ବେଳେ ୦୬ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା ।ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଅବକାରୀ,ସମାଜ କଲ୍ୟାଣ,ଶିଶୁ ସୁରକ୍ଷା, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ସମସ୍ତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ( ପ୍ରବେଶନ) ଅନିମେସ ପ୍ରଧାନ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ଧର୍ମଗଡ଼, ଅଜୟ କୁମାର ତିର୍କୀ,ବ୍ଲକ ଅଧ୍ୟକ୍ଷା ସବିତା ମେହେର, ବିଡିଓ,ଦେବାଶିଷ କର, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା କିଶୋର କୁମାର ପୃଷ୍ଟି, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା,ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମୁଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ ଅନ୍ତର୍ଯ୍ୟାମୀ କହଁର, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ଵଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ,ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *