ଭୁବନେଶ୍ୱର,୧୪/୦୭/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- AIIMS ମେଡିକାଲ ରେ ଚିକିତ୍ସାଧିନ ଥିବା ବାଲେଶ୍ୱର ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ସୌମ୍ୟଶ୍ରୀଙ୍କ ମୃତ୍ୟୁ ଖବର ଶୁଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି । ସେ ସାମାଜିକ୍ ଗଣମାଧ୍ୟମ ଏକ୍ସ ରେ ଲେଖିଛନ୍ତି :-
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ସରକାରଙ୍କ ସମସ୍ତ ଦାୟିତ୍ୱ ନିର୍ବାହ ତଥା ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅକ୍ଲାନ୍ତ ପରିଶ୍ରମ ସତ୍ତ୍ୱେ ପୀଡ଼ିତାଙ୍କ ଜୀବନ ରକ୍ଷା ହୋଇପାରିଲା ନାହିଁ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରିବା ନିମନ୍ତେ ମୁଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।
ମୁଁ ଦିବଂଗତ ଛାତ୍ରୀଙ୍କ ପରିବାରକୁ ଆଶ୍ୱାସନା ଦେଉଛି ଯେ ସମ୍ପୃକ୍ତ ମାମଲାରେ ସମସ୍ତ ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରାଯିବ। ଏଥିପାଇଁ ବ୍ୟକ୍ତିଗତ ଭାବେ ମୁଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଦାନ କରିଛି । ପରିବାର ସହିତ ସରକାର ଦୃଢ଼ ଭାବରେ ଛିଡା ହୋଇଛନ୍ତି ।
