ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୧୬/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆସନ୍ତା ଜୁଲାଇ ୨୧ ତାରିଖ ସୋମବାର   ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏହି ଦିନ ଭୁବନେଶ୍ୱରସ୍ଥିତ ଅଭିଯୋଗ ପ୍ରକୋଷ୍ଠଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି । ପରବର୍ତ୍ତୀ  ଅଭିଯୋଗ ଶୁଣାଣି ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ  ଜଣାଇ ଦିଆଯିବ ବୋଲି କୁହାଯାଇଛି ।

Leave a Reply

Your email address will not be published. Required fields are marked *