ଭୁବନେଶ୍ୱର,୧୯/୦୭/୨୦୨୫ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳର ନାବାଳିକାଙ୍କୁ ପେଟ୍ରୋଲ ଢାଳି ଜାଳିଦେବା ଘଟଣା ରେ ଦୁଃଖ ପ୍ରକାଶ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହାତ। ପୀଡ଼ିତାଙ୍କୁ ଭୁବନେଶ୍ଵର ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଓ ତାହାର ଚିକିତ୍ସା ର ସମସ୍ତ ବ୍ୟବସ୍ଥା କରାଯାଉଛି। ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୁଲିସ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।
https://x.com/PravatiPOdisha/status/1946442594395070697?t=jDRKm7B9Aui1rzbZHqWZ_g&s=08

