ଭୁବନେଶ୍ୱର,୧୯/୦୭/୨୦୨୫ (ଓଡ଼ିଶା ସମାଚାର)- ପୁରୀ ଜିଲା ବଳଙ୍ଗା ଥାନା ବାୟାବର ଗାଁର ଜଣେ ନାବାଳିକା ଦୁର୍ବୃତଙ୍କ ଦ୍ୱାରା ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଭୁବନେଶ୍ୱର AIIMS ର ବର୍ଣ୍ଣ ୱାର୍ଡରେ ଚିକିତ୍ସିତ ହେଉଛନ୍ତି।
ଏହି ଘଟଣାକୁ ନେଇ ଶନିବାର ରାତିରେ ଭାଜପା-ବିଜେଡି-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଏପରିକି ବିରୋଧୀ ସରାକାରଙ୍କ ବିରୁଦ୍ଧରେ ନାରାବାଜି କରିଛନ୍ତି। AIIMS ବର୍ଣ୍ଣ ୱାର୍ଡ ପରିସରରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା । ଫଳରେ ରୋଗୀ ସେବା ବାଧାପ୍ରାପ୍ତ ହେବା ଆଶଙ୍କା କରି AIIMS ବର୍ଣ୍ଣ ୱାର୍ଡ ପରିସରକୁ ନିଷିଦ୍ଧାଞ୍ଚଳ ଘୋଷଣା କରିବା ସହ ୧୬୩ ଧାରା ଲାଗୁ କରାଯାଇଛି।
ଏପରିକି ସମ୍ପୂର୍ଣ୍ଣ ଅଞ୍ଚଳକୁ ଖାଲି କରିବାକୁ କମିଶନରେଟ୍ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷେ ସୁରକ୍ଷାକୁ ଦୃଷ୍ଟିରେ ରଖି AIIMS ପରିସରରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।
