ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ହରିଶ୍ଚନ୍ଦ୍ର ଅନୁଦାନ ପ୍ରଦାନ ରେ ଅବହେଳା ଅଭିଯୋଗ

ବାଲିଗୁଡା,୨୦/୦୭/୨୫(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):  କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଜଣେ ଯୁବକ ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବାବେଳେ ରାସ୍ତା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତକ ରଘୁନାଥ ନାୟକ। ତାଙ୍କ ମୃତ ଶରୀର ନିଜ ଗାଁରେ ଗୁରୁବାର ପହଞ୍ଚି ଶେଷକୃତ୍ୟ ସରିଥିବାର ଇତିମଧ୍ୟରେ ୪ ଦିନ ବିତିଯାଇଥିଲେ ମଧ୍ୟ ମୃତକଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ଆଜି ପର୍ଯ୍ୟନ୍ତ ମିଳିନାହିଁ।

ଏମିତିକି ଶେଷକୃତ୍ୟ ପାଇଁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ହରିଶ୍ଚନ୍ଦ୍ର ଯୋଜନାରେ ମଧ୍ୟ ସହାୟତା ରାଶି ଦିଆଯାଇ ନ ଥିବା ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି। ଏନେଇ ଗ୍ରୀନବାଡ଼ି ସରପଞ୍ଚ ସୁନୀତା ପ୍ରଧାନ ଏବଂ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କେଶବ କହଁରଙ୍କ ସହ ଯୋଗାଯୋଗ କରାଯାଇଥିଲେ ହେଁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।

Leave a Reply

Your email address will not be published. Required fields are marked *