୨୩ ତାରିଖରୁ ବର୍ଷା ବଢ଼ିବ

ଭୁବନେଶ୍ୱର,୨୨/୦୭/୨୦୨୫ (ଓଡ଼ିଶା ସମାଚାର)-  ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ୨୪ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏଥିପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆକଳନ କରିଯାଇଛି।

୨୩ ତାରିଖରୁ ବର୍ଷାର ପ୍ରଭାବ ବଢ଼ିବା ସହ ୨୪ ଓ ୨୫ରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ୨୩ରୁ୨୬ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । କିଛି କିଛି ଜିଲ୍ଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏଥିପାଇଁ ଆସନ୍ତା ୨୩ଠାରୁ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *