କେନ୍ଦ୍ରାପଡ଼ା, ୨୨/୦୭/୨୦୨୫(ଓଡ଼ିଶା ସମାଚାର)- ଅତିରିକ୍ତ ଜିଲାପାଳ(ସାଧାରଣ)ନବକ୍ରିଷ୍ଣ ଜେନାଙ୍କ କାର୍ଯ୍ୟାଳୟ କକ୍ଷରେ ଯୌନ ଉତ୍ପୀଡ଼ନ( ନିବାରଣ,ନିଷେଧ ଓ ପ୍ରତିକାର) ଆଇନ-୨୦୧୩ ର କାର୍ଯକାରୀତାକୁ ନେଇ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି ।
ବୈଠକରେ କାର୍ଯ୍ୟକ୍ଷେତ୍ରରେ ଯୌନ ନିର୍ଯ୍ୟାତନାର ପ୍ରକାର ଭେଦ, ଏହାର ପ୍ରଭାବ, ଅଭିଯୋଗ କରିବାର ପ୍ରକ୍ରିୟା, ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନ, ଦଣ୍ଡବିଧାନ ବ୍ୟବସ୍ଥା ଇତ୍ୟାଦି ଉପରେ ଆଲୋଚନା କରାଯାଇଥିଲା । ପ୍ରତ୍ୟେକ କାର୍ଯ୍ୟାଳୟରେ ତୁରନ୍ତ କମିଟି ଗଠନ କରିବାକୁ ସମସ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆଯାଇଥିଲା ।
ଅତିରିକ୍ତ ଜିଲାପାଳ(ସାଧାରଣ)ଶ୍ରୀ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଜିଲା ପରିଷଦ ନିର୍ବାହୀ ଅଧିକାରୀ ତଥା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲାପାଳ(ରାଜସ୍ୱ) ରବୀନ୍ଦ୍ର କୁମାର ମଲ୍ଲିକ, ଉପଜିଲାପାଳ ଅରୁଣ କୁମାର ନାୟକ, ଭାରପ୍ରାପ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ଭାରତୀ ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ, କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର ଜେନାଙ୍କ ସମେତ ବିଭିନ୍ନ ମହାବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସମସ୍ତ ଜିଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
