ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର

#ପୋଡ଼ି ଯାଇଥିବା ଅଂଶରେ ହେଲା ସର୍ଜରୀ
#ଅକ୍ସିଜେନ ସପୋର୍ଟରେ ପୀଡ଼ିତା
#ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୪/୦୭/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ପୁରୀଜିଲା ବଳଙ୍ଗା ପୀଡ଼ିତାଙ୍କ ଅସ୍ତ୍ରୋପଚାର ହୋଇଛି । ପୀଡ଼ିତାଙ୍କ ଗଭୀର ଭାବେ ପୋଡ଼ିଥିବା ଅଂଶରେ ଅସ୍ତ୍ରୋପଚାର କରାଯାଇଥିବା ନେଇ ଏମ୍ସ ଦିଲ୍ଲୀ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି ।

ଏମ୍ସ ପକ୍ଷରୁ ଜାରି ହୋଇଥିବା ସ୍ୱାସ୍ଥ୍ୟ ବୁଲେଟିନ୍ ରେ କୁହାଯାଇଛି ଯେ, ପୀଡ଼ିତାଙ୍କ ଅବସ୍ଥା ଏବେ ମଧ୍ୟ ଗୁରୁତର ଅଛି । ତାଙ୍କର ଉତମ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଏବେ ମଧ୍ୟ ସେ ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଥିଲେ । ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍ ଓ ପରିବାର ଲୋକଙ୍କ ସହିତ କଥାବାର୍ତା ହୋଇଥିଲେ ।

ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ଅବଗତ ଅଛନ୍ତି । ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଥିଲେ ।

Leave a Reply

Your email address will not be published. Required fields are marked *