ଯୌନ ଶୋଷଣ ନିବାରଣ ଆଇନ ସଚେତନତା ବୈଠକ

କେନ୍ଦ୍ରାପଡ଼ା, ୨୬/୦୭/୨୦୨୫(ଓଡ଼ିଶା ସମାଚାର)- ଜିଲାପାଳଙ୍କ ନିର୍ଦ୍ଧେଶ କ୍ରମେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକର ମୁଖ୍ୟମାନେ ଉପସ୍ଥିତ ଥିଲେ ।

ଜିଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି ପୋକସୋ ଆଇନ ବ୍ୟବସ୍ଥା ସମ୍ପର୍କରେ ଆଲୋକପାତ କରିଥିଲେ । ଶିକ୍ଷାନୁଷ୍ଠାନ ମାନଙ୍କରୁ ଯୌନ ଶୋଷଣରୁ ମୁକ୍ତ କରାଯିବା ଉପରେ ଗୁରୁତ୍ୱ ଦେଇଥିଲେ । ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ ପୋକସୋ ଆଇନ ସମ୍ପର୍କରେ ସଚେତନତା କରିବା ସହିତ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ସୁନିଶ୍ଚିତ କରିବା ଏବଂ ଅନୁଷ୍ଠାନକୁ ସୁରକ୍ଷିତ ଏବଂ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ମଧ୍ୟରେ ଏକ ଉତମ ପରିବେଶ ଗଠନ କରିବାକୁ ଅତିରିକ୍ତ ଜିଲାପାଳ ଶ୍ରୀ ମଲ୍ଲିକ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟଙ୍କୁ ନିର୍ଦ୍ଧେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *