ଭୁବନେଶ୍ୱର, ୨୮/୦୭/୨୦୨୫(ଓଡ଼ିଶା ସମାଚାର)- ଆସନ୍ତା ଅଗଷ୍ଟ ୯ରେ ମିଳିବ ‘ସୁଭଦ୍ରା’ ଯୋଜନାର ତୃତୀୟ ପର୍ଯ୍ୟାୟ ସହାୟତା ରାଶି । ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କ ଆକାଉନ୍ଟକୁ ଯିବ ଟଙ୍କା । ସୁଭଦ୍ରା ଦ୍ୱିତୀୟ ପର୍ଯ୍ୟାୟରେ ବାଦ୍ ପଡ଼ିଥିବା ଲକ୍ଷେ ୮୮ ହଜାର ମହିଳାଙ୍କୁ ପୁଣି ସୁଯୋଗ ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନର ଉତ୍ସବରେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତିର ଟଙ୍କା ବାନ୍ଟିବେ ସରକାର ।
ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା କିସ୍ତି । ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ସୁଭଦ୍ରା କିସ୍ତି ମିଳିବ । ୧ ଲକ୍ଷ ୮୮ ହଜାର ବଂଚିତ ହିତାଧିକାରୀଙ୍କ ପାଇଁ ପର୍ଯ୍ୟାୟ କ୍ରମେ ବ୍ୟବସ୍ଥା ହେବ । ବଳକା ହିତାଧିକାରୀ ଯୋଗ୍ୟ ହେଲେ ମାର୍ଚ୍ଚ ୮ରେ ସମସ୍ତ କିସ୍ତିର ଅର୍ଥ ପାଇବେ । ଜିରୋ ଇନକମ୍ ଟ୍ୟାକ୍ସ ଦେଉଥିବେ, ୨.୫ ଲକ୍ଷରୁ ଊର୍ଦ୍ଧ୍ୱ ରୋଜଗାର ଥିଲେ ସୁଭଦ୍ରା ମିଳିବନି । କୋଟିଆରେ ଘରେ ଘରେ ସୁଭଦ୍ରା ଟଙ୍କା ପହଂଚିବ । ଏହା ପୂର୍ବରୁ କୋଟିଆ ଯାଇ ସୁଭଦ୍ରା ଏନରୋଲମେନ୍ଟ ଚେକ୍ କରିବେ । ଅଗଷ୍ଟ ୯ କିସ୍ତି ମୁଖ୍ୟମନ୍ତ୍ରୀ କୋରାପୁଟ ଜୟପୁର ଗସ୍ତ କରି ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।
