ମୁଖ୍ୟମନ୍ତ୍ରୀ ଆକାଶମାର୍ଗରୁ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି

ଭୁବନେଶ୍ୱର,୩୦/୦୭/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)-ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଆକାଶମାର୍ଗରୁ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ସହ ବନ୍ୟା ଓ ତତ୍ ଜନିତ କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ , ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ଦେଓରଞ୍ଜନ କୁମାର ସିଂ ମଧ୍ୟ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ  କହିଛନ୍ତି  –  ଜନସାଧାରଣ ହେଉଛନ୍ତି ଆମର ଶକ୍ତି; ତାଙ୍କ ସୁରକ୍ଷା ଓ ସମୃଦ୍ଧି ଆମର ପ୍ରାଥମିକତା । ଲୋକଙ୍କ ସରକାର ସର୍ବଦା ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ୱ ଦେଇଆସୁଛନ୍ତି । ଆଜି ଉତ୍ତର ଓଡ଼ିଶାର ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକୁ ଆକାଶମାର୍ଗରୁ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଲି । ସ୍ଥାନୀୟ ପ୍ରଶାସନ, ଜିଲ୍ଲାପାଳ, ବ୍ଲକ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀଙ୍କ ସହ ଆଲୋଚନା କରି ବନ୍ୟା ପରିସ୍ଥିତିର ସୁଚାରୁ ପରିଚାଳନା ଓ ପୁନର୍ବାସ ବିଷୟରେ ସମୀକ୍ଷା କରିଲି । ପ୍ରଶାସନିକ ସମନ୍ଵୟ ରକ୍ଷା କରି କ୍ଷତିଗ୍ରସ୍ତ ଅଞ୍ଚଳର ଅଧିବାସୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ପ୍ରଦାନ କରିବା ନିମନ୍ତେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛି ।

Leave a Reply

Your email address will not be published. Required fields are marked *