ରାଜ୍ୟ କ୍ୟାବିନେଟ୍‍ ବୈଠକରେ ୪ ଟି ବିଭାଗ ର ୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର,୦୧/୦୮/୨୦୨୫ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ରାଜ୍ୟ କ୍ୟାବିନେଟ୍‍ ବୈଠକ ଆଜି ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି  । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ୪ ଟି ବିଭାଗ ର ୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଜଳସମ୍ପଦ ବିଭାଗର ୧ ଟି, ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ (MSME) ବିଭାଗର ୧ ଟି, ଆଇନ ବିଭାଗର ୨ଟି ଏବଂ ଅର୍ଥ ବିଭାଗର ୧ ଟି ପ୍ରସ୍ତାଵକୁ ଅନୁମୋଦନ ମିଳିଛି।ଏନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଖରରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ ଅନୁମୋଦନ ମିଳିଛି । ଏଥିରେ ୨୭୩୮ କୋଟି ଟଙ୍କା ଖର୍ଚ୍ଚ ହେବ । ଏହା ଦ୍ବାରା ୫୭ ହଜାର ୫୨୫ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିପାରିବ । ସେହିଭଳି ଖାଦ୍ୟ ପ୍ରକ୍ରିୟାକରଣ ନୀତିରେ ସଂଶୋଧନ ,ଓଡ଼ିଶା ଦ୍ରବ୍ୟ ଓ ସେବା କର ଅଧିନିୟମରେ ସଂଶୋଧନ  ହୋଇଛି ।

https://x.com/IPR_Odisha/status/1951336149756281198

ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଙ୍କ ଖରରଦାତା ସମ୍ମିଳନୀରେ ସୂଚନା :

Leave a Reply

Your email address will not be published. Required fields are marked *