ଓଡ଼ିଆ ଫିଲ୍ମ ‘ପୁଷ୍କରା’କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୦୧/୦୮/୨୦୨୫ (ଓଡ଼ିଶା ସମାଚାର)- ଓଡ଼ିଆ ଫିଲ୍ମ ‘ପୁଷ୍କରା’କୁ ଜାତୀୟ ପୁରସ୍କାର ପାଇଁ ଘୋଷଣା କରାଯାଇଛି । ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’ ନାଦବିନ୍ଦୁରୁ ଅନୁପ୍ରାଣିତ ସିନେମା । ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି । ଏହି  ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ ସବ୍ୟସାଚୀ ମିଶ୍ର ଅଭିନୟ କରିଛନ୍ତି। ୨୦୨୩ ଗଣେଶ ପୂଜା ଦିନ ମୁକ୍ତିଲାଭ କରିଥିଲା। ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ନିଚ୍ଛକ ଅଭିନୟ ଦର୍ଶକଙ୍କୁ ଆକର୍ଷିତ କରିଥିଲା । ‘ପୁଷ୍କରା’ ଚଳଚ୍ଚିତ୍ରର ପ୍ରଯୋଜନା କରିଥିଲେ ରମେଶ ବାରିକ ।

ଶଙ୍କର ତ୍ରିପାଠୀ ଏହାର କାହାଣୀ ଏବଂ ସଂଳାପ ଲେଖିଥିଲେ । ଏହା ସହ ଚିତ୍ରନାଟ୍ୟ ରଚନା କରିଥିଲେ ଦେବୀଦତ୍ତ ମହାନ୍ତି, ଚିତ୍ରା ପଟ୍ଟନାୟକ ଓ ଜନ୍ମେଜୟ ସିଂହ । ନିର୍ଦ୍ଦେଶକ ଶୁଭ୍ରାଂଶୁ ଦାସ ଏହାର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ବିଭୂତି ଭୂଷଣ ଗଡ଼ନାୟକ ସ୍ୱର ସଂଯୋଜନା କରିଥିଲେ । ଏହି ଚଳଚ୍ଚିତ୍ରର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସବ୍ୟସାଚୀ ମିଶ୍ର ଓ ସୁପ୍ରିୟା ନାୟକ । ଚୌଧୁରୀ ବିକାଶ ଦାସ, ଅଶ୍ରୁମୋଚନ ମହାନ୍ତି, ପିଣ୍ଟୁ ନନ୍ଦ, ତ୍ରିଭୁବନ ପଣ୍ଡା, ଅଳକା ଶତପଥୀ, ରବି ମିଶ୍ର, ଶଙ୍କର ପ୍ରଧାନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି ଚଳଚ୍ଚିତ୍ରଟିର କାହାଣୀ ଉପନ୍ୟାସ ନାଦବିନ୍ଦୁ ଉପରେ ଆଧାରିତ ।

Leave a Reply

Your email address will not be published. Required fields are marked *