ମୁଖ୍ୟମନ୍ତ୍ରୀ ଙ୍କ କେନ୍ଦୁଝର ଜିଲା ଗସ୍ତ : ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ

କେନ୍ଦୁଝର,୦୩/୦୮/୨୦୨୫ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କରିଛନ୍ତି। ୩ଟି ଘରୋଇ ସଂସ୍ଥାର ଅନୁଦାନରେ ଏହି ଅତ୍ୟାଧୁନିକ ଆମ୍ବୁଲାନ୍ସ ପ୍ରଦାନ କରାଯାଇଥିବା ସୂଚନା  ।

ମୁଖ୍ୟମନ୍ତ୍ରୀ ଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ ଅବସରରେ ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏଥିସହ ଲୋକଙ୍କ ସୁବିଧା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିର୍ମିତ ଜନ ପ୍ରତିକ୍ଷାଳୟର ଉଦଘାଟନ କରିଥିଲେ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ସରକାରଙ୍କ ପକ୍ଷରୁ ଜନ କଲ୍ୟାଣ ଉଦ୍ଦେଶ୍ୟରେ ସମର୍ପିତ  ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟଗୁଡ଼ିକୁ ତ୍ୱରାନ୍ୱିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।

Leave a Reply

Your email address will not be published. Required fields are marked *