ଘଟଣାର ନିରପେକ୍ଷ ତଦନ୍ତ ପାଇଁ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି
କେନ୍ଦ୍ରାପଡା ,୦୭/୦୮/୨୦୨୫ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଘର ଭିତରେ ଯୁବତୀ ଜୀଅନ୍ତା ଜଳିଯିବା ଘଟଣାରେ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଏଏସ୍ଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ବଦଳି କରାଯାଇଛି। କେନ୍ଦ୍ରାପଡା ଏସ୍ପି ଘଟଣାର ନିରପେକ୍ଷ ତଦନ୍ତ ପାଇଁ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ର ଏଏସଆଇ ଶୈଳେନ୍ଦ୍ର ନାରାୟଣ ପଲେଇଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ ଗତକାଲି ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଜଣେ ଯୁବତୀ ଘର ଭିତରେ ଜୀଅନ୍ତା ଜଳି ଯାଇଥିଲେ। ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ ।
