ଭୁବନେଶ୍ୱର,୦୮/୦୮/୨୦୨୫ (ଓଡ଼ିଶା ସମାଚାର)- ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ୫ଦିନ ପାଇଁ ୫ଟି ଜିଲାକୁ ଗସ୍ତ କରିବେ । ଏହି ଗସ୍ତକାଳରେ ସେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର ଜିଲାରେ ରହିବେ । ଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଏକାଧିକ ବିକାଶମୂଳକ କାମ ନେଇ ସମୀକ୍ଷା କରିବେ ।
ଏହି ଗସ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କୋଟିଆ ଗସ୍ତକରି କୋଟିଆ ଅଂଚଳର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସହିତ ସୁଭଦ୍ରା ଯୋଜନାର ସମୀକ୍ଷା କରିବେ । ଏହା ସହ ଅଗଷ୍ଟ ୯ ତାରିଖ, ରାକ୍ଷୀ ପୂର୍ଣ୍ଣିମା ଅବସରରେ କୋରାପୁଟରେ ଆୟୋଜିତ ସୁଭଦ୍ରା ତୃତୀୟ କିସ୍ତି ପ୍ରଦାନ ସମାରୋହରେ ଯୋଗ ଦେବେ । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ୫ଟି ଜିଲାରେ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଓ ଯୋଜନାଗୁଡ଼ିକର ସମୀକ୍ଷା କରିବା ସହ ଆଗାମୀ କାର୍ଯ୍ୟକ୍ରମ ଓ ପ୍ରକଳ୍ପଗୁଡିକର କାର୍ଯ୍ୟନ୍ୱୟନ ସମୀକ୍ଷା କରିବେ ।
