ମାର୍ଥାପୁର ସରସ୍ୱତୀ ଶିଶୁ ମନ୍ଦିରରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା 

 ଭୁବନ ୦୮/୦୮/୨୦୨୫ (ଓଡ଼ିଶା ସମାଚାର)-  ଭୁବନ ବ୍ଲକ ଅନ୍ତର୍ଗତ ମାର୍ଥାପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ମାର୍ଥାପୁର ଉଚ୍ଚବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅରୁଣ କୁମାର ସାମଲ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି ବିଜ୍ଞାନ ମେଳାରେ ୨୨୫ ଟି ପ୍ରକଳ୍ପ ସ୍ଥାନ ପାଇଥିଲା ।

ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ସୁଧାଂଶୁ ଶେଖର ପାତ୍ର, ସମ୍ପାଦକ ହୃଦାନନ୍ଦ ନନ୍ଦ ଶତପଥୀ, ମଠକରୋଗୋଳା ମହାବିଦ୍ୟଳୟ ର ଅଧ୍ୟକ୍ଷ ଚିତ୍ତରଞ୍ଜନ ଦାସ ଉପସ୍ଥିତ ରହି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ ।ବିଦ୍ୟଳୟ ର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଉଦୟନାଥ ସାହୁ ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିଲେ । ସମସ୍ତ ଗୁରୁଜୀ ଗୁରୁମା ଉପସ୍ଥିତ ରହି କାର୍ଯ୍ୟକ୍ରମ ସମ୍ପାଦନା କରିଥିଲେ ।

Leave a Reply

Your email address will not be published. Required fields are marked *