ଭୁବନେଶ୍ୱର,୧୮/୦୮/୨୦୨୫(ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)-ଖୋର୍ଦ୍ଧା ଜିଲ୍ଲା ବାଲିପାଟଣାଠାରେ ବିଦ୍ୟୁତ ଆଘାତରେ ନାବାଳକଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

