ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୧୮/୦୮/୨୦୨୫(ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ ଖାଲି ଥିବା ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ ପ୍ରଫେସର ଓ ପ୍ରଫେସର ପଦବୀ ପୂରଣ ସହ ଆଦିବାସୀ ଅଧୁଷିତ ଅଞ୍ଚଳରେ ଅଧିକ ଡାକ୍ତର ନିଯୁକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି।

ବୈଠକରେ ମେଡିକାଲ ଅଫିସରଙ୍କ ନିଯୁକ୍ତି ପାଇଁ ସୁବ୍ୟବସ୍ଥାକରଣ ପ୍ରକ୍ରିୟା, ମେଡିକାଲ କଲେଜରେ ପି.ଜି. ସିଟ ବୃଦ୍ଧି, ଭିତ୍ତିଭୂମି ବିକାଶ ଓ ଟେକ୍ନିକାଲ ଷ୍ଟାଫ ନିଯୁକ୍ତିକୁ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଇଣ୍ଟିଗ୍ରେଟେଡ ଟ୍ରମା କେୟାର ସେଣ୍ଟର ସ୍ଥାପନ, ଦୁର୍ଗମ ଅଞ୍ଚଳରେ ଡାକ୍ତରଙ୍କ ପାଇଁ ପ୍ରୋତ୍ସାହନ ରାଶି ବୃଦ୍ଧି ଏବଂ ଆୟୁଷ ଡାକ୍ତରଙ୍କ ସମସ୍ୟା ସମାଧାନ ପାଇଁ ଆଲୋଚନା ହୋଇଛି।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ସମସ୍ୟା, ନିଯୁକ୍ତି, ବେତନ, ମେଡିକାଲ ଶିକ୍ଷାରେ ସିଟ ବୃଦ୍ଧି ଭଳି ବିଭିନ୍ନ ବିଷୟ ଉପରେ ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ସଚିବଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୀବ ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ସ୍ୱାସ୍ଥ୍ୟ ବିଭାଗ କମିଶନର ତଥା ସଚିବ, ଅଶ୍ୱଥି ଏସ, ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଡଃ ବୃନ୍ଦା ଡ଼ି, ଓଡିଶା ଷ୍ଟେଟ୍ ମେଡିକାଲ୍ କର୍ପୋରେସନ୍ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶିକା ଡଃ ପୋମା ଟୁଡୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ଡାକ୍ତରଙ୍କ ବେତନ, ମେଡିକାଲ ଶିକ୍ଷାରେ ସୁଧାର ଓ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଅର୍ଥ ସଚିବ ସଂଜୀବ ମିଶ୍ର, ସ୍ୱାସ୍ଥ୍ୟ ସଚିବ ଅଶ୍ୱଥି ଏସ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *