ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ

ଭୁବନେଶ୍ୱର,୧୯/୦୮/୨୦୨୫(ଓଡ଼ିଶା ସମାଚା/ଦୀପ୍ତିରଂଜନ କାନୁନଗୋ)- ଲୋକସେବା ଭବନରେ ଷଷ୍ଠ ରାଜ୍ୟ ଅର୍ଥ କମିଶନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି ।
କମିଶନର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ୱରେ କମିଶନର ଅନ୍ୟ ସଦସ୍ୟଗଣ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ରିପୋର୍ଟ ପ୍ରଦାନ କରିଥିଲେ ଏବଂ କମିଶନଙ୍କ ବିଭିନ୍ନ ସୁପାରିଶ ସମ୍ପର୍କରେ ଆଲୋକପାତ କରିଥିଲେ । ଅଧ୍ୟକ୍ଷ ଡ. ପଣ୍ଡାଙ୍କ ସହିତ କମିଶନର ସଦସ୍ୟଗଣ ପ୍ରଫେସର ଅସିତ ରଞ୍ଜନ ମହାନ୍ତି, ପ୍ରଫେସର ଅମରେଶ ସାମନ୍ତରାୟ ଏବଂ ଡକ୍ଟର ବିଭୁ ପ୍ରସାଦ ନାୟକ, ସଦସ୍ୟ ସଚିବ ଡକ୍ଟର ସତ୍ୟପ୍ରିୟ ରଥ, କମିଶନର ପଦାଧିକାରୀ ସଦସ୍ୟ ଅରିନ୍ଦମ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ ଯେ, କମିଶନ ଏହି ରିପୋର୍ଟକୁ ପୂର୍ବରୁ ରାଜଭବନରେ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ ପାଟିଙ୍କୁ ଭେଟି ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସହ ହୋଇଥିବା ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ, ଗୃହ ଓ ନଗର ଉନ୍ନୟନ, ସାର୍ବଜନୀନ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୀବ କୁମାର ମିଶ୍ର, ପଂଚାୟତିରାଜ ନିର୍ଦେଶକ ବିନୀତ ଭରଦ୍ୱାଜ ପ୍ରମୁଖ ଉପସ୍ଥିତ ଥିଲେ ।

ଷଷ୍ଠ ରାଜ୍ୟ ଅର୍ଥ କମିଶନ ସରକାରଙ୍କୁ ଏକ ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି ଯାହାକି ଷୋଡ଼ଶ ଅର୍ଥ କମିଶନଙ୍କ ବିଚାର ନିମନ୍ତେ ପ୍ରେରଣ କରାଯିବ । ତଥାପି, କମିଶନ ସ୍ଥାନୀୟ ସଂସ୍ଥାଗୁଡ଼ିକର ସମସ୍ୟା ଏବଂ ଆହ୍ୱାନ ଗୁଡ଼ିକୁ ଆହୁରି ଗଭୀର ଭାବରେ ଅନୁଧ୍ୟାନ କରିବେ ଏବଂ ନିର୍ଦିଷ୍ଟ ସମୟସୀମା ମଧ୍ୟରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବେ ।

Leave a Reply

Your email address will not be published. Required fields are marked *