ସରକାରଙ୍କ ଯୋଜନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

ଜଗତସିଂହପୁର,୧୯/୦୮/୨୦୨୫ (ଓଡ଼ିଶା ସମାଚାର)-ଜଗତସିଂହପୁର ବ୍ଲକ ଅନ୍ତର୍ଗତ ବାଇଜଙ୍ଗାସ୍ଥିତ ହର ମୋହନ ଉଚ୍ଚ ବିଦ୍ୟାଳୟରେ ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧିକର ତରଫରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ମଙ୍ଗଳକାରୀ ଯୋଜନା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ବରିଷ୍ଠ ଶିକ୍ଷକ, ଶିକ୍ଷୟତ୍ରୀ, ପାରା ଲିଗାଲ୍ ସ୍ବେଛାସେବୀ ଏବଂ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ଵାଗତ ଭାଷଣ ଦେଇଥିଲେ । ଏହା ପରେ  ଆଇନ ସେବା ପ୍ରାଧିକରଣ ସଚିବ ଏହି କାର୍ଯ୍ୟକ୍ରମର ଆଭିମୁଖ୍ୟ ବିଷୟରେ ଆଲୋଚନା କରିବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ ମଙ୍ଗଳକାରୀ ଯୋଜନା ଯଥା ସୁଭଦ୍ରା ଯୋଜନା, ଓଡିଶା ନିଯୁକ୍ତି ଯୋଜନା-୨୦୨୪, ସମୃଦ୍ଧ କୃଷକ ଯୋଜାନା, ସିଏମ୍ କିସାନ, ପ୍ରଧାନ ମନ୍ତ୍ରୀ ଫସଲ ବୀମା ଯୋଜନା, ଓଡିଶା ମତ୍ସ୍ୟ ମିସନ, ପ୍ରଧାନ ମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା, ଆୟୁଷ୍ମାନ ଭାରତ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ପିଏମ୍ ପୋଷଣ, ପ୍ରଧାନ ମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା, ମମତା ଯୋଜନା, ମଧୁବାବୁ ପେନସନ ଯୋଜନା, ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ବିଷୟରେ ପୁଙ୍ଖାନୁପୁଙ୍କ ଭାବେ ଆଲୋଚନା କରିଥିଲେ । ଶେଷରେ ପାରା ଲିଗାଲ୍ ସ୍ବେଛାସେବୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave a Reply

Your email address will not be published. Required fields are marked *