ଭୁବନେଶ୍ୱର, ୧୧ /୦୧/୨୦୨୪ (ଓଡ଼ିଶା ସମାଚାର)- ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ ଆସନ୍ତା ଫେବୃଆରୀ ୩ ରୁ ଆରମ୍ଭ ହୋଇ ୫ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ଲୋଗୋ ଉନ୍ମୋଚନ କରି କହିଛନ୍ତି – ଭାଷା ଆମ ଗର୍ବ, ଆମ ପରିଚୟ। ଓଡ଼ିଆ ଭାଷା ଅନ୍ୟତମ ଶାସ୍ତ୍ରୀୟ ଭାଷାର ମାନ୍ୟତା ଲାଭକରି ଆମ ମାଟି ଏବଂ ଭାଷାର ଗୌରବ ବୃଦ୍ଧି କରିଛି। ଏକ ସ୍ୱତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବେ ଆମ ଭାଷାକୁ ଆହୁରି ସମୃଦ୍ଧ କରିବା ପାଇଁ ଆୟୋଜିତ ପ୍ରଥମ ‘ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ’ର ଲୋଗୋ ଉନ୍ମୋଚନ କରି ମୁଁ ବହୁତ ଖୁସି। ଆମ ଭବିଷ୍ୟତ ପିଢ଼ିଙ୍କ ପାଖରେ କିପରି ଓଡ଼ିଆ ଭାଷାର ଆଦର ବଢ଼ିବ ଏବଂ ଆଧୁନିକ ଜ୍ଞାନକୌଶଳ ଜରିଆରେ ଆମ ଭାଷା କିପରି ଆଗକୁ ବଢ଼ିପାରିବ ସେ ଦିଗରେ ପ୍ରୟାସ କରାଯାଉଛି। ଏହି ସମ୍ମିଳନୀ ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ୍ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ମତ ବିନିମୟ ପାଇଁ ଏକ ସୁନ୍ଦର ମଞ୍ଚ ଭାବେ କାର୍ଯ୍ୟ କରିବ ବୋଲି ମୋର ବିଶ୍ବାସ